ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. {ଦାଉଦଙ୍କ ବଂଶାବଳୀ} [PS] ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
2. ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।
3. ଯିହୁଦାର ପୁତ୍ରଗଣ; ଯଥା ଏର୍‍ ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।
4. ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
5. ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।
6. ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।
7. କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।
8. ପୁଣି, ଏଥନ୍‍ର ପୁତ୍ର ଅସରୀୟା।
9. ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,
10. ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍‌କୁ ଜାତ କଲା।
11. ଆଉ ନହଶୋନ୍‍ ସଲ୍‍ମାକୁ ଜାତ କଲା ଓ ସଲ୍‍ମା ବୋୟଜକୁ ଜାତ କଲା;
12. ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା।
13. ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;
14. ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;
15. ଷଷ୍ଠ ଓତ୍‍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;
16. ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।
17. ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
18. ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
19. ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।
20. ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।
21. ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
22. ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
23. ଆଉ ଗଶୂର ଓ ଅରାମ୍‍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
24. ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।
25. ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ।
26. ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍‍ର ମାତା।
27. ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।
28. ଆଉ ଓନମ୍‍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।
29. ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
30. ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍‍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।
31. ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।
32. ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।
33. ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।
34. ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।
35. ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।
36. ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,
37. ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା;
38. ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;
39. ପୁଣି, ଅସରୀୟ ହେଲସ୍‍କୁ ଜାତ କଲା ଓ ହେଲସ୍‍ ଇଲୀୟାସାକୁ ଜାତ କଲା;
40. ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍‍କୁ ଜାତ କଲା;
41. ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।
42. ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।
43. ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍‍, ଶେମା।
44. ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍‍ ଶମ୍ମୟକୁ ଜାତ କଲା।
45. ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।
46. ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍‍ସାକୁ ଓ ଗାସେସକୁ ଜାତ କଲା।
47. ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍।
48. ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।
49. ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।
50. କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;
51. ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;
52. ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।
53. ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।
54. ସଲ୍‍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍‍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
55. ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ। [PE]

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 29
ପ୍ରଥମ ବଂଶାବଳୀ 2:8
ଦାଉଦଙ୍କ ବଂଶାବଳୀ 1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ; 2 ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର। 3 ଯିହୁଦାର ପୁତ୍ରଗଣ; ଯଥା ଏର୍‍ ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ। 4 ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ। 5 ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ। 6 ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ। 7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା। 8 ପୁଣି, ଏଥନ୍‍ର ପୁତ୍ର ଅସରୀୟା। 9 ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ, 10 ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍‌କୁ ଜାତ କଲା। 11 ଆଉ ନହଶୋନ୍‍ ସଲ୍‍ମାକୁ ଜାତ କଲା ଓ ସଲ୍‍ମା ବୋୟଜକୁ ଜାତ କଲା; 12 ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା। 13 ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ; 14 ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ; 15 ଷଷ୍ଠ ଓତ୍‍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା; 16 ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର। 17 ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା। 18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର। 19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା। 20 ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା। 21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା। 22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା। 23 ଆଉ ଗଶୂର ଓ ଅରାମ୍‍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ। 24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା। 25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ। 26 ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍‍ର ମାତା। 27 ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର। 28 ଆଉ ଓନମ୍‍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର। 29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା। 30 ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍‍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା। 31 ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ। 32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା। 33 ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ। 34 ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା। 35 ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା। 36 ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା, 37 ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା; 38 ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା; 39 ପୁଣି, ଅସରୀୟ ହେଲସ୍‍କୁ ଜାତ କଲା ଓ ହେଲସ୍‍ ଇଲୀୟାସାକୁ ଜାତ କଲା; 40 ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍‍କୁ ଜାତ କଲା; 41 ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା। 42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ। 43 ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍‍, ଶେମା। 44 ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍‍ ଶମ୍ମୟକୁ ଜାତ କଲା। 45 ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା। 46 ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍‍ସାକୁ ଓ ଗାସେସକୁ ଜାତ କଲା। 47 ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍। 48 ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା। 49 ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା। 50 କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା; 51 ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା; 52 ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ। 53 ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। 54 ସଲ୍‍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍‍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ। 55 ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 29
Common Bible Languages
West Indian Languages
×

Alert

×

oriya Letters Keypad References