1. {ଯାଜକଙ୍କ ନିମନ୍ତେ ନିର୍ଦ୍ଦିଷ୍ଟ କାର୍ଯ୍ୟ} PS ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର।
|
2. ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
|
3. ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
|
4. ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
|
5. ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
|
6. ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
|
19. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
|
20. ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
|
31. ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା। PE
|