2. ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
|
3. ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
|
4. ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
|
5. ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
|
7. ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
|
8. ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏ ସମସ୍ତେ ବେଖରର ସନ୍ତାନ।
|
9. ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
|
10. ଯିଦୀୟେଲର ପୁତ୍ର * ପୁତ୍ର ଏବ୍ରୀ ଭାଷାରେ ପୁତ୍ରଗଣ ବିଲ୍ହନ୍ ଏବଂ ବିଲ୍ହନର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ୍, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;
|
11. ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
|
13. {ନପ୍ତାଲିଙ୍କ ବଂଶଧର} PS ନପ୍ତାଲିର ପୁତ୍ରଗଣ; ଯହସୀୟେଲ, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ। PS
|
14. {ମନଃଶିଙ୍କ ବଂଶଧର} PS ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ |
|
15. ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।
|
16. ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍।
|
20. {ଇଫ୍ରୟିମଙ୍କ ବଂଶଧର} PS ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
|
21. ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
|
22. ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
|
23. ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
|
28. ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
|
29. ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ। PS
|
40. ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା। PE
|