2. {ମସ୍ତକ ଆଚ୍ଛାଦନ} PS ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି ।
|
3. କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।
|
4. ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ ।
|
5. କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ ।
|
6. କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ ।
|
7. ପୁରୁଷ ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତା'ର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ।
|
11. ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ । କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,
|
13. ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ ?
|
14. ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,
|
15. କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ ? କାରଣ ଆବରଣ ସ୍ୱରୂପେ ତା'ର କେଶ ତାହାକୁ ଦିଆଯାଇଅଛି ।
|
16. କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ୱରଙ୍କ ମଣ୍ଡଳୀସମୂହର ନାହିଁ । PS
|
17. {ପ୍ରଭୁଭୋଜ} PS କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି ।
|
18. କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି ।
|
19. ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।
|
21. କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ ।
|
22. କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଈଶ୍ୱରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ ।
|
23. କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
|
25. ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
|
26. କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ ।
|
27. ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ ।
|
29. କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ ।
|
32. ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।
|
34. ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି । PE
|