2. ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
|
3. ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ ।
|
10. ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।
|
11. କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି । PS
|
12. {ଅନେକ ଅଙ୍ଗ ବିଶିଷ୍ଟ ଏକ ଶରୀର} PS କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।
|
13. ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।
|
15. ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
|
16. ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
|
17. ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଘିଂବା କେଉଁଠାରେ ?
|
21. ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ ।
|
22. ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହି ସବୁ ଏକାନ୍ତ ପ୍ରୟୋଜନୀୟ;
|
23. ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହି ସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
|
25. ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
|
26. ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଆନନ୍ଦ କରନ୍ତି ।
|
28. ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
|
30. ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କି ପରଭାଷାରେ କଥା କହନ୍ତି ? ସମସ୍ତେ କି ଭାଷାର ଅର୍ଥ କରନ୍ତି ?
|
31. କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି । PE
|