1. {ଭାବବାଣୀ ଏବଂ ପରଭାଷା} PS ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର ।
|
2. କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ୱରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ ।
|
5. ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
|
6. ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି ?
|
7. ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କ'ଣ ବାଜୁଅଛି ବା ବୀଣାରେ କ'ଣ ବାଜୁଅଛି, ତାହା କିପରି ଜଣାଯିବ ?
|
9. ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।
|
11. ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବିଦେଶୀୟ ପରି ହେବି, ଆଉ ସେ ମୋ' ନିକଟରେ ବିଦେଶୀୟ ପରି ହେବ ।
|
12. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହି ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର ।
|
15. ତେବେ କର୍ତ୍ତବ୍ୟ କ'ଣ ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି ।
|
16. ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ ?
|
19. ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।
|
20. ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।
|
21. ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି, "ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ" ।
|
22. ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ।
|
23. ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ?
|
24. କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
|
25. ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ । PS
|
26. {ଶୃଙ୍ଖଳିତ ଉପାସନା} PS ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।
|
27. ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ ।
|
31. କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର ।
|
34. ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ ।
|
35. ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।
|
37. କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ ।
|