1. {ମଣ୍ଡଳୀରେ ବିଭେଦ} PS ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
|
2. ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
|
3. ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?
|
4. ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ ?
|
5. ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ ।
|
7. ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର ।
|
8. ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।
|
10. ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ ।
|
11. କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ ।
|
13. ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।
|
15. ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ ।
|
16. ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
|
17. ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
|
18. କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।
|
19. କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";
|
22. କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
|