ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରଥମ ପତ୍ର
1. [PS]ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।
2. ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।
3. ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।
4. ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।
5. ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ ।
6. ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ ।
7. ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
8. ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।
9. ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।
10. ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ । [PE]
11. {#1ଏକ ଆରେକ ପ୍ରତି ପ୍ରେମ } [PS]କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
12. ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା ।
13. ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ ।
14. ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ ।
15. ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।
16. ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।
17. କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ?
18. ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।
19. ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
20. ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି ।
21. ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
22. ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।
23. ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା ।
24. ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ । [PE]
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 5
1 2 3 4 5
1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା । 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା । 3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ । 4 ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ । 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ । 6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ । 7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ । 9 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ । 10 ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ । ଏକ ଆରେକ ପ୍ରତି ପ୍ରେମ 11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା । 13 ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ । 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ । 15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ । 16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ । 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ? 18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ । 19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, 20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି । 21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ । 23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା । 24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 5
1 2 3 4 5
×

Alert

×

Oriya Letters Keypad References