ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରଥମ ପତ୍ର
1. {#1ଜଗତ ଉପରେ ବିଜୟ ଲାଭ } [PS]ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।
2. ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।
3. କାରଣ ଈଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ ।
4. ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ ।
5. ଯୀଶୁ ଈଶ୍ୱରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ? [PE]
6. {#1ଈଶ୍ୱରଙ୍କ ପୁତ୍ରଙ୍କ ସମ୍ବନ୍ଧୀୟ ସାକ୍ଷ୍ୟ } [PS]ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।
7. ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି ।
8. ଏହି ପୃଥିବୀରେ ଆତ୍ମା, ଜଳ ଏବଂ ରକ୍ତ ସାକ୍ଷ୍ୟ ଦିଅନ୍ତି ଏବଂ ସେମାନେ ଏକ ।
9. ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ୱରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ୱରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି ।
10. ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ ।
11. ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
12. ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ । [PE]
13. {#1ତୁମ୍ଭେମାନେ ଯେପରି ଜାଣ } [PS]ଈଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି ।
14. ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି ।
15. ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
16. କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
17. ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ ।
18. ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
19. ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।
20. ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।
21. ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ ।[PE]
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
ଜଗତ ଉପରେ ବିଜୟ ଲାଭ 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ । 2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ । 3 କାରଣ ଈଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ । 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ । 5 ଯୀଶୁ ଈଶ୍ୱରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ? ଈଶ୍ୱରଙ୍କ ପୁତ୍ରଙ୍କ ସମ୍ବନ୍ଧୀୟ ସାକ୍ଷ୍ୟ 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ । 7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି । 8 ଏହି ପୃଥିବୀରେ ଆତ୍ମା, ଜଳ ଏବଂ ରକ୍ତ ସାକ୍ଷ୍ୟ ଦିଅନ୍ତି ଏବଂ ସେମାନେ ଏକ । 9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ୱରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ୱରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି । 10 ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ । 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । 12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ । ତୁମ୍ଭେମାନେ ଯେପରି ଜାଣ 13 ଈଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି । 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି । 15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ । 16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ । 17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ । 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ । 19 ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ । 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି । 21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
×

Alert

×

Oriya Letters Keypad References