1. {ଶଲୋମନଙ୍କ ପ୍ରାସାଦ ନିର୍ମାଣ} PS ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
|
2. କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
|
6. ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
|
7. ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
|
8. ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
|
9. ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
|
12. ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା। ହୂରମ୍ଙ୍କ ଶିଳ୍ପ କାର୍ଯ୍ୟ PEPS
|
14. ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା। PS
|
16. ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
|
17. ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
|
18. ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
|
20. ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
|
21. ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା।
|
23. {ପିତ୍ତଳ କୁଣ୍ଡ} PS ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
|
24. ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
|
25. ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
|
26. ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। PS
|
27. {ପିତ୍ତଳ ବଇଠି} PS ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
|
29. ପୁଣି, ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
|
30. ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
|
31. ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା।
|
32. ପୁଣି, ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
|
35. ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
|
36. ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
|
38. ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ * ଚାଳିଶ ମହଣ ପ୍ରାୟ 800 ଲିଟର ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
|
39. ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା। PS
|
40. {ମନ୍ଦିର ସାଜସଜାର ତାଲିକା} PS ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
|
41. ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
|
42. ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
|
45. ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
|
48. ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
|
49. ପୁଣି, ମହା ପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
|
50. ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ।
|
51. ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ। PE
|