1. {କିୟୀଲା ସହରକୁ ଦାଉଦଙ୍କ ସୁରକ୍ଷା} PS ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।
|
2. ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।
|
3. ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା ?
|
4. ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।
|
5. ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
|
6. ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
|
7. ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।
|
8. ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
|
9. ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।
|
10. ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
|
11. କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।
|
12. ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।
|
13. ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ। PS
|
14. {ପାର୍ବତ୍ୟ ଅଞ୍ଚଳରେ ଦାଉଦ} PS ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
|
15. ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ।
|
17. ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।
|
19. ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ ?
|
20. ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।
|
22. ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
|
23. ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ’ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।
|
24. ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ।
|
25. ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
|
26. ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
|
28. ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ।
|