ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
1. {ଅଭିବାଦନ} [PS] ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । [PS]
2. {ଥେସଲନୀକୀୟମାନଙ୍କର ଜୀବନ ଓ ବିଶ୍ୱାସ} [PS] ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି,
3. ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
4. କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
5. ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
6. ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
7. ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ ।
8. କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ ।
9. ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
10. ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା । [PE]

Notes

No Verse Added

Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଅଭିବାଦନ 1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । ଥେସଲନୀକୀୟମାନଙ୍କର ଜୀବନ ଓ ବିଶ୍ୱାସ 2 ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି, 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ; 4 କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, 5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ । 6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, 7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ । 8 କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ । 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ, 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
Common Bible Languages
West Indian Languages
×

Alert

×

oriya Letters Keypad References