ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
1. {#1ପ୍ରଭୁଙ୍କ ଆଗମନର ଦିନ } [PS]କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
2. କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
3. ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।
4. କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5. କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6. ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା ।
7. ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି ।
8. କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
9. କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।
10. ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।
11. ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ । [PE]
12. {#1ଶେଷ ପରାମର୍ଶ ଏବଂ ଆଶିଷ } [PS]ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13. ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
14. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।
15. ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ ।
16. ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
17. ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
18. କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।
19. ଆତ୍ମାଙ୍କୁ ନିର୍ବାଣ ନ କର;
20. ଭାବବାଣୀ ତୁଚ୍ଛ କର ନାହିଁ;
21. ବରଂ ସମସ୍ତ ବିଷୟ ପରୀକ୍ଷା କର;
22. ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।
23. ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।
24. ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ ।
25. ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
26. ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର ।
27. ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।
28. ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।[PE]
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
ପ୍ରଭୁଙ୍କ ଆଗମନର ଦିନ 1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, 2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ । 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ । 4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା । 7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି । 8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ । 9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି । 10 ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ । 11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ । ଶେଷ ପରାମର୍ଶ ଏବଂ ଆଶିଷ 12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, 13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ । 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ । 15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ । 16 ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର; 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; 18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ । 19 ଆତ୍ମାଙ୍କୁ ନିର୍ବାଣ ନ କର; 20 ଭାବବାଣୀ ତୁଚ୍ଛ କର ନାହିଁ; 21 ବରଂ ସମସ୍ତ ବିଷୟ ପରୀକ୍ଷା କର; 22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ । 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ । 24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ । 25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର । 26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର । 27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି । 28 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
×

Alert

×

Oriya Letters Keypad References