ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
1. [PS]ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ ।
2. ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ । [PE]
3. {#1ଭ୍ରାନ୍ତ ଶିକ୍ଷା ଏବଂ ଧନଲୋଭ } [PS]କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
4. ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
5. ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ ।
6. ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
7. କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
8. ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
9. ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ ।
10. କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି । [PE]
11. {#1ଶେଷ ପରାମର୍ଶ -ବିଶ୍ୱାସର ଉତ୍ତମ ଯୋଦ୍ଧା } [PS]କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।
12. ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।
13. ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
14. ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ ।
15. ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
16. ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।
17. ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
18. ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
19. ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି ।
20. ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
21. କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।[PE]
Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 6
1 2 3 4 5 6
1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ । 2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ । ଭ୍ରାନ୍ତ ଶିକ୍ଷା ଏବଂ ଧନଲୋଭ 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ, 4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ । 6 ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; 7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; 8 ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ । 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ । 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି । ଶେଷ ପରାମର୍ଶ -ବିଶ୍ୱାସର ଉତ୍ତମ ଯୋଦ୍ଧା 11 କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । 12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ । 13 ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, 14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ । 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ । 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି, 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; 19 ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି । 20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ; 21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 6
1 2 3 4 5 6
×

Alert

×

Oriya Letters Keypad References