ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
1. {#1ଅଧର୍ମ ପୁରୁଷର ପ୍ରକାଶ } [PS]ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2. ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
3. କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।
4. ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।
5. ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ ?
6. ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ ।
7. କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।
8. ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ ।
9. ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
10. କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି ।
11. ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
12. ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି । [PE]
13. {#1ବିଶ୍ୱାସରେ ସ୍ଥିର ରହିବା } [PS]କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
14. ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି ।
15. ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।
16. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
17. ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ । [PE]
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
ଅଧର୍ମ ପୁରୁଷର ପ୍ରକାଶ 1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, 2 ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ; 3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ । 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ । 5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ ? 6 ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । 7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । 8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ । 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି । 11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି, 12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି । ବିଶ୍ୱାସରେ ସ୍ଥିର ରହିବା 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି; 14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି । 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ । 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, 17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
×

Alert

×

Oriya Letters Keypad References