ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. {ଗିବୀୟୋନ୍‍ରେ ଶଲୋମନଙ୍କ ପ୍ରାର୍ଥନା } [PS]ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ।
2. ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
3. ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକୁ ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
4. ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
5. ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
6. ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। [PE]
7. {#1ଜ୍ଞାନ ନିମନ୍ତେ ଶଲୋମନଙ୍କ ପ୍ରାର୍ଥନା } [PS]ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କ’ଣ ଦେବା, ତାହା ମାଗ।
8. ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।
9. ଏବେ, ହେ ସଦାପ୍ରଭୁ ପରମେଶ୍ୱର, ମୋ’ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।
10. ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”
11. ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12. ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।” [PE]
13. {#1ରାଜା ଶଲୋମନଙ୍କୁ ସମ୍ପତ୍ତି ପ୍ରଦାନ } [PS]ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
14. ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
15. ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳ ଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।
16. ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
17. ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ[* ପ୍ରାୟ ଛଅ କିଲୋ ଛଅ ଶହ ଗ୍ରାମ୍ ] ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ [† ପ୍ରାୟ ଏକ କିଲୋ ସାତ ଶହ ଗ୍ରାମ୍ ] ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହିସବୁ ଅଣାଯିବାର ରୀତି ଥିଲା। [PE]
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
1 {ଗିବୀୟୋନ୍‍ରେ ଶଲୋମନଙ୍କ ପ୍ରାର୍ଥନା } ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ। 2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ। 3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକୁ ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। 4 ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ। 5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ। 6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। ଜ୍ଞାନ ନିମନ୍ତେ ଶଲୋମନଙ୍କ ପ୍ରାର୍ଥନା 7 ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କ’ଣ ଦେବା, ତାହା ମାଗ। 8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। 9 ଏବେ, ହେ ସଦାପ୍ରଭୁ ପରମେଶ୍ୱର, ମୋ’ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ। 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?” 11 ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ; 12 ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।” ରାଜା ଶଲୋମନଙ୍କୁ ସମ୍ପତ୍ତି ପ୍ରଦାନ 13 ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ। 14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ। 15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳ ଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ। 16 ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ। 17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ* ପ୍ରାୟ ଛଅ କିଲୋ ଛଅ ଶହ ଗ୍ରାମ୍ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ † ପ୍ରାୟ ଏକ କିଲୋ ସାତ ଶହ ଗ୍ରାମ୍ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହିସବୁ ଅଣାଯିବାର ରୀତି ଥିଲା।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
×

Alert

×

Oriya Letters Keypad References