1. ଯିହୋୟାକୀମ୍ଙ୍କ ରାଜତ୍ଵ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
|
2. ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
|
4. ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ। PEPS
|
5. ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
|
7. ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ। ଯିହୁଦାର ରାଜା ଯିହୋୟାଖୀନ୍ PEPS
|
8. ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା।
|
12. ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା। PEPS
|
13. ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
|
14. ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। PEPS
|
15. ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
|
16. ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
|
17. ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା। PS
|
18. {ଯିହୁଦାର ରାଜା ସିଦିକୀୟ} PS ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।
|
20. କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ। PE
|