ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. {ଯାକୁବ ହତ ଓ ପିତର ବନ୍ଦୀ} [PS] ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ ।
2. ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ ।
3. ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା ।
4. ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।
5. ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା । [PS]
6. {କାରାଗାରରୁ ପିତରଙ୍କ ଉଦ୍ଧାର} [PS] ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।
7. ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
8. ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
9. ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
10. ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।
11. ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
12. ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13. ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14. ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
15. ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।
16. କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।
17. କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
18. ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
19. ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ । [PS]
20. {ହେରୋଦଙ୍କ ମୃତ୍ୟୁ} [PS] ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।
21. ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22. ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ ।
23. ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।
24. କିନ୍ତୁ ଈଶ୍ୱରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା ।
25. ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ । [PE]

Notes

No Verse Added

Total 28 Chapters, Current Chapter 12 of Total Chapters 28
ରେରିତମାନଙ୍କ କାର୍ଯ୍ୟର ବିବରଣ 12:10
1. {ଯାକୁବ ହତ ପିତର ବନ୍ଦୀ} PS ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ
2. ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ
3. ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା
4. ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ
5. ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା PS
6. {କାରାଗାରରୁ ପିତରଙ୍କ ଉଦ୍ଧାର} PS ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ
7. ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା
8. ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ପାଦୁକା ପିନ୍ଧ ସେ ସେପରି କଲେ ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ
9. ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ
10. ଯେତେବେଳେ ସେମାନେ ପ୍ରଥମ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ
11. ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି
12. ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ
13. ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା
14. ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା
15. ସେମାନେ ତାହାକୁ କହିଲେ, ତୁ ବାୟାଣୀ କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା ସେମାନେ କହିଲେ, ତାଙ୍କର ଦୂତ
16. କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ
17. କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଭାଇମାନଙ୍କୁ ଜଣାଅ ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ
18. ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା
19. ଆଉ ହେରୋଦ ତାହାଙ୍କୁ ଖୋଜି ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ PS
20. {ହେରୋଦଙ୍କ ମୃତ୍ୟୁ} PS ସେତେବେଳେ ହେରୋଦ ସୋର ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା
21. ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22. ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ
23. ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ
24. କିନ୍ତୁ ଈଶ୍ୱରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା
25. ପରେ ବର୍ଣ୍ଣବ୍ବା ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ PE
Total 28 Chapters, Current Chapter 12 of Total Chapters 28
×

Alert

×

oriya Letters Keypad References