2. ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
|
3. ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।
|
4. ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
|
5. ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।
|
6. କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।
|
7. ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
|
8. କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
|
10. କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।"
|
12. କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
|
14. କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା,
|
15. ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
|
17. ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ । PS
|
18. {ଆନ୍ତିୟଖିଆକୁ ପାଉଲଙ୍କ ପ୍ରତ୍ୟାବର୍ତ୍ତନ} PS ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।
|
19. ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।
|
21. ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।
|
23. ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ । PS
|
24. {ଏଫିସ ଓ କରିନ୍ଥରେ ଆପଲ୍ଲ} PS ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।
|
25. ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
|
26. ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।
|
27. ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
|
28. କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୂଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ । PE
|