ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. {#1ଏଫିସରେ ପାଉଲ } [PS]ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।
2. ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ ।
3. ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ ।
4. ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।
5. ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6. ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
7. ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।
8. ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
9. କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
10. ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ । [PE]
11. {#1ସ୍କେବାର ପୁତ୍ରମାନେ } [PS]ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12. ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।
13. କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
14. ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
15. ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?
16. ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
17. ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା ।
18. ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19. ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ ।
20. ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା । [PE]
21. {#1ଏଫିସରେ ହିଂସାକାଣ୍ଡ } [PS]ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
22. ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
23. ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।
24. କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା ।
25. ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26. ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
27. ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି ।
28. ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
29. ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
30. ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ ।
31. ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।
32. ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
33. ଆଉ ଯିହୂଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା ।
34. କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
35. ପରେ ନଗରବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ ?
36. ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ ।
37. କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି ।
38. ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
39. କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।
40. କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ ।
41. ଏହା କହି ସେ ସଭାସ୍ଥ ସମସ୍ତଙ୍କୁୁ ବିଦାୟ ଦେଲେ । [PE]
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 28
ଏଫିସରେ ପାଉଲ 1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ । 2 ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ । 3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ । 4 ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ । 5 ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, 6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ । 7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ । 8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ । 9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ । 10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ । ସ୍କେବାର ପୁତ୍ରମାନେ 11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ, 12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ । 13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି । 14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ । 15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ? 16 ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ। 17 ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା । 18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ, 19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ । 20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା । ଏଫିସରେ ହିଂସାକାଣ୍ଡ 21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ । 22 ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ । 23 ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା । 24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା । 25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି; 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି । 27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି । 28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି । 29 ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ । 30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ । 31 ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ । 32 ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ । 33 ଆଉ ଯିହୂଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା । 34 କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି । 35 ପରେ ନଗରବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ ? 36 ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ । 37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି । 38 ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ । 39 କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ । 40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ । 41 ଏହା କହି ସେ ସଭାସ୍ଥ ସମସ୍ତଙ୍କୁୁ ବିଦାୟ ଦେଲେ ।
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 28
×

Alert

×

Oriya Letters Keypad References