ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. {ସେବାକାର୍ଯ୍ୟାର୍ଥେ ସାତ ଜଣ ମନୋନୀତ} [PS] ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା ।
2. ସେଥିରେ ବାର ଜଣ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ୱରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁଁ ।
3. ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
4. କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।
5. ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
6. ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ ।
7. ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ ।
8. {ମହାସଭାରେ ସ୍ତିଫାନ} [PS] ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।
9. କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
10. ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।
11. ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ ।
12. ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,
13. ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
14. କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।
15. ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ । [PE]

Notes

No Verse Added

Total 28 Chapters, Current Chapter 6 of Total Chapters 28
ରେରିତମାନଙ୍କ କାର୍ଯ୍ୟର ବିବରଣ 6:23
1. {ସେବାକାର୍ଯ୍ୟାର୍ଥେ ସାତ ଜଣ ମନୋନୀତ} PS ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା
2. ସେଥିରେ ବାର ଜଣ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ୱରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁଁ
3. ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
4. କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା
5. ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
6. ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ
7. ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ
8. {ମହାସଭାରେ ସ୍ତିଫାନ} PS ସ୍ତିଫାନ ଅନୁଗ୍ରହ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଲକ୍ଷଣ ସାଧନ କରିବାକୁ ଲାଗିଲେ
9. କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
10. ମାତ୍ର ସେ ଯେଉଁ ଜ୍ଞାନ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ
11. ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ
12. ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,
13. ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
14. କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ
15. ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ PE
Total 28 Chapters, Current Chapter 6 of Total Chapters 28
×

Alert

×

oriya Letters Keypad References