ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. {ମଣ୍ଡଳୀ ଉପରେ ଶାଉଲଙ୍କ ଦୌରାତ୍ମ୍ୟ} [PS] ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
2. ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ ।
3. କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ । [PS]
4. {ଶମିରୋଣରେ ଫିଲିପ୍ପଙ୍କ ପ୍ରଚାର} [PS] ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
5. ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
6. ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ ।
7. କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।
8. ସେଥିରେ ସେ ନଗରରେ ମହା ଆନନ୍ଦ ହେଲା । [PS]
9. {କୁହୁକ ଶିମୋନ} [PS] କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;
10. ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ ।
11. ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।
12. କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା । [PS]
14. {ଶମିରୋଣରେ ପିତର ଓ ଯୋହନ} [PS] ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
15. ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16. କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।
17. ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।
18. ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19. ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।
20. କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।
21. ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
22. ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23. କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।
24. ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।
25. ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ । [PS]
26. {ଫିଲିପ୍ପ ଓ ଇଥିଓପିଆ ନପୁଂସକ} [PS] ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।
27. ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
28. ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ ।
29. ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।
30. ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?
31. ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।
32. ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
33. ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
34. ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?
35. ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
36. ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
37. [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।]
38. ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।
39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
40. କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ । [PE]

Notes

No Verse Added

Total 28 Chapters, Current Chapter 8 of Total Chapters 28
ରେରିତମାନଙ୍କ କାର୍ଯ୍ୟର ବିବରଣ 8:53
1. {ମଣ୍ଡଳୀ ଉପରେ ଶାଉଲଙ୍କ ଦୌରାତ୍ମ୍ୟ} PS ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ
2. ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ
3. କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ PS
4. {ଶମିରୋଣରେ ଫିଲିପ୍ପଙ୍କ ପ୍ରଚାର} PS ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ
5. ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ
6. ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ
7. କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଖଞ୍ଜ ସୁସ୍ଥ ହେଲେ
8. ସେଥିରେ ସେ ନଗରରେ ମହା ଆନନ୍ଦ ହେଲା PS
9. {କୁହୁକ ଶିମୋନ} PS କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;
10. ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ
11. ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା
12. କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ
13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା PS
14. {ଶମିରୋଣରେ ପିତର ଯୋହନ} PS ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ
15. ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16. କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ
17. ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ
18. ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19. ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ
20. କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ
21. ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ
22. ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23. କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି
24. ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ
25. ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ PS
26. {ଫିଲିପ୍ପ ଇଥିଓପିଆ ନପୁଂସକ} PS ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ ତାହା ମରୁଭୂମି
27. ସେଥିରେ ସେ ଉଠି ଗମନ କଲେ ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
28. ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ
29. ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର
30. ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?
31. ସେ କହିଲେ, କେହି ମୋତେ ବୁଝାଇ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ
32. ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ
33. ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା
34. ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?
35. ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ
36. ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
37. ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି
38. ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ
39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ
40. କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ PE
Total 28 Chapters, Current Chapter 8 of Total Chapters 28
×

Alert

×

oriya Letters Keypad References