ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. {ଶାଉଲଙ୍କ ମନ ପରିବର୍ତ୍ତନ} (ପ୍ରେରିତ 22:6-16; 26:12-18) [PS] କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
2. ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ ।
3. ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା ।
4. ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
5. ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।
6. କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।
7. ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ ।
8. ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ ।
9. ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ ।
10. ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ । ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ ।
11. ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12. ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।
13. କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।
14. ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।
15. କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
16. ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା ।
17. ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।
18. ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
19. ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; [PS]
20. {ଦମ୍ମେସକରେ ଶାଉଲଙ୍କ ପ୍ରଚାର} [PS] ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।
21. ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?
22. କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।
23. ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
24. କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ,
25. କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ । [PS]
26. {ଯିରୂଶାଲମରେ ଶାଉଲ} [PS] ପରେ ସେ ଯିରୂଶାଲମକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ ।
27. କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
28. ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି,
29. ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ ।
30. ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ ।
31. ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ । [PS]
32. {ଲୂଦ ଓ ଯାଫୋରେ ପିତର} [PS] ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ ।
33. ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା ।
34. ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ ।
35. ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ ।
36. ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।
37. ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ ।
38. ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ ।
39. ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ । ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ ।
40. କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।
41. ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।
42. ଏହି କଥା ଯାଫୋର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ।
43. ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ । [PE]

Notes

No Verse Added

Total 28 Chapters, Current Chapter 9 of Total Chapters 28
ରେରିତମାନଙ୍କ କାର୍ଯ୍ୟର ବିବରଣ 9
1. {ଶାଉଲଙ୍କ ମନ ପରିବର୍ତ୍ତନ} (ପ୍ରେରିତ 22:6-16; 26:12-18) PS କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
2. ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ
3. ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା
4. ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
5. ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ
6. କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ
7. ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ଦେଖିବାରୁ ଅବାକ୍ ହୋଇ ରହିଲେ
8. ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ
9. ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ
10. ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ
11. ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12. ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି
13. କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି
14. ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି
15. କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
16. ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା
17. ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି
18. ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
19. ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; PS
20. {ଦମ୍ମେସକରେ ଶାଉଲଙ୍କ ପ୍ରଚାର} PS ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ
21. ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?
22. କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ
23. ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
24. କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ,
25. କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ PS
26. {ଯିରୂଶାଲମରେ ଶାଉଲ} PS ପରେ ସେ ଯିରୂଶାଲମକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ
27. କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ
28. ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି,
29. ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ
30. ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ
31. ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ PS
32. {ଲୂଦ ଯାଫୋରେ ପିତର} PS ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ
33. ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା
34. ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ ସେଥିରେ ସେ ସେହିକ୍ଷଣି ଉଠିଲେ
35. ଆଉ, ଲୂଦ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ
36. ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା ସେ ନାନା ସତ୍‌କର୍ମ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ
37. ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ
38. ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ
39. ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ
40. କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ
41. ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ
42. ଏହି କଥା ଯାଫୋର ସବୁଆଡ଼େ ଜଣାପଡ଼ିଲା ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ
43. ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ PE
Total 28 Chapters, Current Chapter 9 of Total Chapters 28
×

Alert

×

oriya Letters Keypad References