1.
2. [PS]ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। [PE][QS]ପୁଣି ସେ କହିଲେ, [QE][QS]“ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; [QE][QS]ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ [QE][QS]ଓ କର୍ମିଲର ଶିଖର ଶୁଷ୍କ ହେବ।” [QE]
3. {#1ଇସ୍ରାଏଲର ପ୍ରତିବାସୀଙ୍କ ପ୍ରତି ଈଶ୍ୱରଙ୍କ ବିଚାର } [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ [QE][QS]ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; [QE]
4. [QS]ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା [QE][QS]ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ। [QE]
5. [QS]ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା [QE][QS]ଓ ଆବନ ଉପତ୍ୟକାରୁ ନିବାସକାରୀକୁ [QE][QS]ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା।” [QE][QS]ପୁଣି, ସଦାପ୍ରଭୁ କହନ୍ତି, [QE][QS]“ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।” [QE]
6. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ [QE][QS]ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। [QE]
7. [QS]ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା [QE][QS]ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। [QE]
8. [QS]ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ [QE][QS]ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; [QE][QS]ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା [QE][QS]ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” [QE][QS]ଏହା ପ୍ରଭୁ ସଦାପ୍ରଭୁ କହନ୍ତି। [QE]
9. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ [QE][QS]ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; [QE]
10. [QS]ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା [QE][QS]ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।” [QE]
11. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, [QE][QS]ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା। [QE]
12. [QS]ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା [QE][QS]ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।” [QE]
13. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ [QE][QS]ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। [QE]
14. [QS]ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା [QE][QS]ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ [QE][QS]ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। [QE]
15. [QS]ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ [QE][QS]ଏକ ସଙ୍ଗେ ନିର୍ବାସିତ ହୋଇଯିବେ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]