ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆମୋଷ
1. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ [QE][QS]ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା; [QE]
2. [QS]ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା [QE][QS]ଓ ତାହା କରୀୟୋଥ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; [QE][QS]ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ; [QE]
3. [QS]ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା [QE][QS]ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
4. {#1ଯିହୁଦାର ଦଣ୍ଡ } [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି [QE][QS]ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, [QE][QS]ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, [QE][QS]ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; [QE]
5. [QS]ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା [QE][QS]ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।” [QE]
6. {#1ଇସ୍ରାଏଲର ଦଣ୍ଡ } [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ [QE][QS]ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; [QE][QS]କାରଣ ସେମାନେ ରୂପା ପାଇଁ ଧାର୍ମିକକୁ [QE][QS]ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି; [QE]
7. [QS]ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି [QE][QS]ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; [QE][QS]ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ [QE][QS]ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି; [QE]
8. [QS]ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ [QE][QS]ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, [QE][QS]ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ [QE][QS]ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି। [QE]
9. [QS]ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ [QE][QS]ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; [QE][QS]ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ। [QE]
10. [QS]ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ [QE][QS]ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ [QE][QS]ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ। [QE]
11. [QS]ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ [QE][QS]ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” [QE][QS]ସଦାପ୍ରଭୁ କହନ୍ତି, [QE][QS]“ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ? [QE]
12. [QS]ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ [QE][QS]ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’ [QE]
13. [QS]ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, [QE][QS]ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା। [QE]
14. [QS]ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ [QE][QS]ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, [QE][QS]ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ; [QE]
15. [QS]ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ [QE][QS]ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; [QE][QS]ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ; [QE]
16. [QS]ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, [QE][QS]ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]

ରେକର୍ଡଗୁଡିକ

Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 9
1 2 3 4 5 6 7 8 9
1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା; 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ; 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି। ଯିହୁଦାର ଦଣ୍ଡ 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।” ଇସ୍ରାଏଲର ଦଣ୍ଡ 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି; 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି; 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି। 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ। 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ। 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ? 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’ 13 ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା। 14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ; 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ; 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” ଏହା ସଦାପ୍ରଭୁ କହନ୍ତି।
Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 9
1 2 3 4 5 6 7 8 9
×

Alert

×

Oriya Letters Keypad References