1. {#1ଇସ୍ରାଏଲର ଅଧର୍ମର ପ୍ରତିଫଳ }
2. [PS]ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି, [PE][QS]“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ [QE][QS]କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; [QE][QS]ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।” [QE]
3. {#1ଭାବବାଦୀଙ୍କର କାର୍ଯ୍ୟ } [QS]ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ ? [QE]
4. [QS]ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ ? [QE][QS]କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ ? [QE]
5. [QS]ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ ? [QE][QS]କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ ? [QE]
6. [QS]ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? [QE][QS]ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ? [QE]
7. [QS]ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ [QE][QS]ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ। [QE]
8. [QS]ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ ? [QE][QS]ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ ? [QE]
9. {#1ଶମରୀୟାର ବିନାଶ } [QS]ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ [QE][QS]ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, [QE][QS]“ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, [QE][QS]ଆଉ ତହିଁ ମଧ୍ୟରେ କି ମହା କୋଳାହଳ [QE][QS]ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।” [QE]
10. [QS]କାରଣ ସଦାପ୍ରଭୁ କହନ୍ତି [QE][QS], “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ [QE][QS]ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, [QE][QS]ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।” [QE]
11. [QS]ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); [QE][QS]ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ [QE][QS]ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।” [QE]
12. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, [QE][QS]ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ [QE][QS]ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, [QE][QS]ସେମାନେ ରକ୍ଷା କରାଯିବେ।” [QE]
13. [QS]ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, [QE][QS]ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି। [QE]
14. [QS]“କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, [QE][QS]ସେହି ଦିନ ଆମ୍ଭେ ବେଥେଲ୍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, [QE][QS]ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ। [QE]
15. [QS]ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; [QE][QS]ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]