ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆମୋଷ
1. [QS]ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, [QE][QS]ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, [QE][QS]ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।” [QE]
2. [QS]ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, [QE][QS]“ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ [QE][QS]ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, [QE][QS]ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। [QE]
3. [QS]ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ [QE][QS]ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ [QE][QS]ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
4. [QS]“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; [QE][QS]ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି [QE][QS]ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; [QE]
5. [QS]ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର [QE][QS]ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; [QE][QS]କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” [QE][QS]ଏହା ପ୍ରଭୁ ସଦାପ୍ରଭୁ କହନ୍ତି। [QE]
6. {#1ଶିକ୍ଷା ଗ୍ରହଣ କରିବାକୁ ଇସ୍ରାଏଲ ଅସମର୍ଥ } [QS]“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା [QE][QS]ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; [QE][QS]ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
7. [QS]“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; [QE][QS]ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; [QE][QS]ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, [QE][QS]ତାହା ଶୁଷ୍କ ହେଲା। [QE]
8. [QS]ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ [QE][QS]ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; [QE][QS]ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
9. [QS]“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; [QE][QS]ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; [QE][QS]ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
10. [QS]“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; [QE][QS]ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ [QE][QS]ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; [QE][QS]ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; [QE][QS]ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
11. [QS]“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, [QE][QS]ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, [QE][QS]ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; [QE][QS]ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
12. [QS]“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; [QE][QS]ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, [QE][QS]ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ [QE][QS]ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ। [QE]
13. [QS]କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, [QE][QS]ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, [QE][QS]ଯେ ଅରୁଣକୁ ଅନ୍ଧକାରମୟ କରନ୍ତି [QE][QS]ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” [QE][QS]ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ। [QE]

ରେକର୍ଡଗୁଡିକ

Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 9
1 2 3 4 5 6 7 8 9
1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।” 2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। 3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି। 4 “ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; 5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି। ଶିକ୍ଷା ଗ୍ରହଣ କରିବାକୁ ଇସ୍ରାଏଲ ଅସମର୍ଥ 6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। 7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା। 8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। 9 “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। 10 “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। 11 “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। 12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ। 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 9
1 2 3 4 5 6 7 8 9
×

Alert

×

Oriya Letters Keypad References