1. {#1ସଦାପ୍ରଭୁଙ୍କ ଅନ୍ୱେଷଣରେ ଜୀବନ }
2. [PS]ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ। [PE][QS]ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; [QE][QS]ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ। [QE]
3. [QS]କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, [QE][QS]ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।” [QE]
4. [QS]କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ। [QE]
5. [QS]ମାତ୍ର ବେଥେଲ୍ର ଅନ୍ଵେଷଣ କର ନାହିଁ, [QE][QS]କିଅବା ଗିଲ୍ଗଲ୍ରେ ପ୍ରବେଶ କର ନାହିଁ ଓ ବେର୍ଶେବାକୁ ଯାଅ ନାହିଁ; [QE][QS]କାରଣ ଗିଲ୍ଗଲ୍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍ ବିନଷ୍ଟ ହେବ। [QE]
6. [QS]ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; [QE][QS]ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, [QE][QS]ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍ରେ କେହି ନ ଥିବ। [QE]
7. [QS]ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ; [QE]
8. [QS]ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, [QE][QS]ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, [QE][QS]ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; [QE][QS]ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; [QE][QS]ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” [QE][QS]ସଦାପ୍ରଭୁ ତାହାଙ୍କର ନାମ। [QE]
9. [QS]ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, [QE][QS]ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ। [QE]
10. [QS]ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି [QE][QS]ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି। [QE]
11. [QS]ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ [QE][QS]ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; [QE][QS]ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, [QE][QS]ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; [QE][QS]ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, [QE][QS]ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ; [QE]
12. [QS]କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ [QE][QS]ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; [QE][QS]ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ [QE][QS]ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ। [QE]
13. [QS]ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ। [QE]
14. [QS]ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; [QE][QS]ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ। [QE]
15. [QS]ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; [QE][QS]ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ। [QE]
16. [QS]ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଛକ ସ୍ଥାନ ସକଳରେ ହାହାକାର ଶବ୍ଦ ହେବ [QE][QS]ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ ! ହାୟ ! କହିବେ; [QE][QS]ଆଉ, ସେମାନେ କୃଷକକୁ ଶୋକ କରିବାକୁ [QE][QS]ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ। [QE]
17. [QS]ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ; [QE][QS]କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” [QE][QS]ଏହା ସଦାପ୍ରଭୁ କହନ୍ତି। [QE]
18. [QS]ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ ! [QE][QS]ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ? [QE][QS]ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ। [QE]
19. [QS]କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, [QE][QS]ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, [QE][QS]ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ) [QE]
20. [QS]ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ ? [QE][QS]ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ ? [QE]
21. [QS]“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, [QE][QS]ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ। [QE]
22. [QS]ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି [QE][QS]ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; [QE][QS]କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ। [QE]
23. [QS]ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; [QE][QS]କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ। [QE]
24. [QS]ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ। [QE]
25. [QS]ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ [QE][QS]ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ ? [QE]
26. [QS]ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, [QE][QS]ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, [QE][QS]ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ। [QE]
27. [QS]ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା।” [QE][QS]ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ। [QE]