1. {#1ଚତୁର୍ଥ ଦର୍ଶନ - ଏକ ଡାଲା ଫଳ } [PS]ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
2. ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, [PE][QS]“ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; [QE][QS]ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ। [QE]
3. [QS]ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” [QE][QS]ଏହା ପ୍ରଭୁ ସଦାପ୍ରଭୁ କହନ୍ତି; [QE][QS]“ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।” [QE]
4. {#1ଇସ୍ରାଏଲର ସର୍ବନାଶ } [PS]ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ। [QE]
5. [QS]“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, [QE][QS]ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, [QE][QS]ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? [QE][QS]ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ? [QE]
6. [QS]ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ [QE][QS]ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ [QE][QS]ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।” [QE]
7. [PS]ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ। [QE]
8. [QS]ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ [QE][QS]ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? [QE][QS]ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ [QE][QS]ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ। [QE]
9. [QS]ପ୍ରଭୁ ସଦାପ୍ରଭୁ କହନ୍ତି, [QE][QS]“ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା [QE][QS]ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା। [QE]
10. [QS]ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ [QE][QS]ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; [QE][QS]ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା [QE][QS]ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; [QE][QS]ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ [QE][QS]ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।” [QE]
11. [QS]ପ୍ରଭୁ ସଦାପ୍ରଭୁ କହନ୍ତି, [QE][QS]“ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, [QE][QS]ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, [QE][QS]ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ। [QE]
12. [QS]ଲୋକମାନେ ଏକ ସମୁଦ୍ର ଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ [QE][QS]ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; [QE][QS]ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, [QE][QS]ଆଉ ତାହା ପାଇବେ ନାହିଁ। [QE]
13. [QS]ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ। [QE]
14. [QS]ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, [QE][QS]ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ [QE][QS]ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, [QE][QS]ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।” [QE]