1. {#1ପଞ୍ଚମ ଦର୍ଶନ - ପରମେଶ୍ୱରଙ୍କ ବିଚାର } [PS]ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; [PE][QS]ଆଉ, ସେ କହିଲେ, [QE][QS]“ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର [QE][QS]ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; [QE][QS]ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; [QE][QS]ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ [QE][QS]ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ। [QE]
2. [QS]ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ [QE][QS]ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ [QE][QS]ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ [QE][QS]ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା। [QE]
3. [QS]ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ [QE][QS]ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା [QE][QS]ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ [QE][QS]ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ। [QE]
4. [QS]ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ [QE][QS]ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, [QE][QS]ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, [QE][QS]ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।” [QE]
5. [QS]କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, [QE][QS]ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; [QE][QS]ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; [QE][QS]ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ [QE][QS]ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ। [QE]
6. [QS]ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି [QE][QS]ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; [QE][QS]ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; [QE][QS]ତାହାଙ୍କର ନାମ ସଦାପ୍ରଭୁ। [QE]
7. [QS]ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, [QE][QS]ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ ? [QE][QS]ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ [QE][QS]ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ ? [QE]
8. [QS]ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି [QE][QS]ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; [QE][QS]କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, [QE][QS]ଏହା ସଦାପ୍ରଭୁ କହନ୍ତି।” [QE]
9. [QS]“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା [QE][QS]ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ [QE][QS]ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, [QE][QS]ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ। [QE]
10. [QS]ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, [QE][QS]ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; [QE][QS]କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, [QE][QS]ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।” [QE]
11. {#1ଇସ୍ରାଏଲୀୟର ପୁନଃ ପ୍ରତିଷ୍ଠା } [QS]“ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା [QE][QS]ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; [QE][QS]ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା [QE][QS]ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା; [QE]
12. [QS]ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ [QE][QS]ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” [QE][QS]ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି। [QE]
13. [QS]ସଦାପ୍ରଭୁ କହନ୍ତି, [QE][QS]“ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ [QE][QS]ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, [QE][QS]ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, [QE][QS]ଆଉ ଉପପର୍ବତସକଳ ତରଳି ଯିବେ। [QE]
14. [QS]ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, [QE][QS]ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ [QE][QS]ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; [QE][QS]ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ। [QE]
15. [QS]ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, [QE][QS]ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, [QE][QS]ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” [QE][QS]ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।[QE]