1. {ପ୍ରସ୍ତର ଲିଖିତ ବ୍ୟବସ୍ଥା} PS ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।”
|
2. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
|
3. ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
|
4. ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
|
5. ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ।
|
6. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
|
7. ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
|
9. ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
|
10. ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ। PS
|
12. “ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
|
13. ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
|
15. “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’ (ଏହିପରି ହେଉ)।
|
16. “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍’।
|
19. “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
|
20. “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧୀକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
|
22. “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
|
25. “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
|
26. “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ PE
|