1. {#1ସମସ୍ତ ଅସାର }
2. [PS]ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। [PE][QS]ଉପଦେଶକ କହୁଅଛନ୍ତି, [QE][QS2]“ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର। [QE]
3. [QS]ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, [QE][QS2]ତାହାର ସେହିସବୁରୁ କି ଲାଭ ? [QE]
4. [QS]ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; [QE][QS2]କିନ୍ତୁ ପୃଥିବୀ ସଦାକାଳ ଥାଏ। [QE]
5. [QS]ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, [QE][QS2]ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ। [QE]
6. [QS]ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; [QE][QS2]ଆପଣା ପଥରେ ସର୍ବଦା ଘୁରେ [QE][QS3]ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ। [QE]
7. [QS]ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, [QE][QS2]ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; [QE][QS3]ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି। [QE]
8. [QS]ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; [QE][QS2]ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ। [QE]
9. [QS]ଯାହା ହୋଇଅଛି, ତାହା ହିଁ ହେବ [QE][QS2]ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; [QE][QS3]ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ। [QE]
10. [QS]ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, [QE][QS2]ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ? [QE][QS3]ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା। [QE]
11. [QS]ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; [QE][QS2]କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, [QE][QS3]ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।” [QE]
12. {#1ଜ୍ଞାନର ଅସାରତା } [PS]ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
13. ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14. ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର। [QE]
15. [QS]ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, [QE][QS2]ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ। [QE]
16. [PS]ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17. ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି। [QE]
18. [QS]କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; [QE][QS2]ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ। [QE]