ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. [QS]ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; [QE][QS2]ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ। [QE]
2. [QS]ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; [QE][QS2]ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ। [QE]
3. [QS]ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, [QE][QS2]ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ। [QE]
4. [QS]ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; [QE][QS2]କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ। [QE]
5. [QS]ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, [QE][QS2]ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ; [QE]
6. [QS]ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, [QE][QS2]ପୁଣି ଧନୀ ନୀଚ ସ୍ଥାନରେ ବସେ। [QE]
7. [QS]ମୁଁ ଦାସମାନଙ୍କୁ ଅଶ୍ୱ ଉପରେ [QE][QS2]ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି। [QE]
8. [QS]ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ [QE][QS2]ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ। [QE]
9. [QS]ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; [QE][QS2]ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। [QE]
10. [QS]ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, [QE][QS2]ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; [QE][QS3]ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। [QE]
11. [QS]ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ। [QE]
12. [QS]ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; [QE][QS2]ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ। [QE]
13. [QS]ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ [QE][QS2]ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ। [QE]
14. [QS]ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; [QE][QS2]ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ? [QE]
15. [QS]ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, [QE][QS2]କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ। [QE]
16. [QS]ହେ ଦେଶ, ତୁମ୍ଭର ରାଜା ଯଦି ବାଳକ[* ବାଳକ ଅର୍ଥାତ୍ ଦାସ ] ହୁଏ [QE][QS2]ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, [QE][QS3]ତେବେ ତୁମ୍ଭେ ସନ୍ତାପର ପାତ୍ର। [QE]
17. [QS]ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ [QE][QS2]ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, [QE][QS3]ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ ! [QE]
18. [QS]ଆଳସ୍ୟରେ ଛାତ ବସିଯାଏ, [QE][QS2]ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ। [QE]
19. [QS]ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, [QE][QS2]ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; [QE][QS3]ଧନ ସବୁ କାର୍ଯ୍ୟରେ ଆସେ। [QE]
20. [QS]ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; [QE][QS2]ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; [QE][QS]କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ [QE][QS2]ଓ ପକ୍ଷଧାରୀ ସେ କଥା ଜଣାଇ ଦେବ। [QE]

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 12
1 2 3 4 5 6 7 8 9 10 11 12
ଉପଦେଶକ 10:24
1 ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; QS2 ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ। 2 ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; QS2 ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ। 3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, QS2 ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ। 4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; QS2 କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ। 5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, QS2 ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ; 6 ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, QS2 ପୁଣି ଧନୀ ନୀଚ ସ୍ଥାନରେ ବସେ। 7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ QS2 ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି। 8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ QS2 ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ। 9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; QS2 ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। 10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, QS2 ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; QS3 ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। 11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ। 12 ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; QS2 ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ। 13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ QS2 ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ। 14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; QS2 ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ? 15 ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, QS2 କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ। 16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ* ବାଳକ ଅର୍ଥାତ୍ ଦାସ ହୁଏ QS2 ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, QS3 ତେବେ ତୁମ୍ଭେ ସନ୍ତାପର ପାତ୍ର। 17 ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ QS2 ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, QS3 ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ ! 18 ଆଳସ୍ୟରେ ଛାତ ବସିଯାଏ, QS2 ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ। 19 ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, QS2 ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; QS3 ଧନ ସବୁ କାର୍ଯ୍ୟରେ ଆସେ। 20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; QS2 ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ QS2 ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References