1. ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; [QBR2] ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ। [QBR]
2. ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; [QBR2] ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ। [QBR]
3. ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, [QBR2] ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ। [QBR]
4. ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; [QBR2] କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ। [QBR]
5. ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, [QBR2] ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ; [QBR]
6. ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, [QBR2] ପୁଣି ଧନୀ ନୀଚ ସ୍ଥାନରେ ବସେ। [QBR]
7. ମୁଁ ଦାସମାନଙ୍କୁ ଅଶ୍ୱ ଉପରେ [QBR2] ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି। [QBR]
8. ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ [QBR2] ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ। [QBR]
9. ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; [QBR2] ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। [QBR]
10. ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, [QBR2] ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; [QBR3] ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। [QBR]
11. ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ। [QBR]
12. ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; [QBR2] ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ। [QBR]
13. ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ [QBR2] ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ। [QBR]
14. ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; [QBR2] ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ? [QBR]
15. ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, [QBR2] କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ। [QBR]
16. ହେ ଦେଶ, ତୁମ୍ଭର ରାଜା ଯଦି ବାଳକ [* ବାଳକ ଅର୍ଥାତ୍ ଦାସ] ହୁଏ [QBR2] ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, [QBR3] ତେବେ ତୁମ୍ଭେ ସନ୍ତାପର ପାତ୍ର। [QBR]
17. ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ [QBR2] ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, [QBR3] ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ ! [QBR]
18. ଆଳସ୍ୟରେ ଛାତ ବସିଯାଏ, [QBR2] ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ। [QBR]
19. ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, [QBR2] ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; [QBR3] ଧନ ସବୁ କାର୍ଯ୍ୟରେ ଆସେ। [QBR]
20. ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; [QBR2] ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; [QBR] କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ [QBR2] ଓ ପକ୍ଷଧାରୀ ସେ କଥା ଜଣାଇ ଦେବ। [PE]