ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଉପଦେଶକ
1. {#1ଜ୍ଞାନୀର କର୍ତ୍ତବ୍ୟ } [QS]ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, [QE][QS2]କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ। [QE]
2. [QS]ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; [QE][QS2]କାରଣ ପୃଥିବୀରେ କି ବିପଦ ଘଟିବ, [QE][QS3]ତାହା ତୁମ୍ଭେ ଜାଣ ନାହିଁ। [QE]
3. [QS]ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; [QE][QS2]ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, [QE][QS3]ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। [QE]
4. [QS]ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ [QE][QS2]ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ। [QE]
5. [QS]ତୁମ୍ଭେ ଯେପରି ବାୟୁର ଗତି, [QE][QS2]ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, [QE][QS3]ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ। [QE]
6. [QS]ତୁମ୍ଭେ ପ୍ରଭାତରେ ବୀଜ ବୁଣ [QE][QS2]ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; [QE][QS]କାରଣ ଏହା ଅବା ତାହା ସିଦ୍ଧ ହେବ, [QE][QS2]ଅବା ଉଭୟ ସମାନ ଉତ୍ତମ ହେବ, [QE][QS3]ଏହା ତୁମ୍ଭେ ଜାଣ ନାହିଁ। [QE]
7. [QS]ପ୍ରକୃତରେ ଆଲୁଅ ସୁଖଦାୟକ, [QE][QS2]ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର। [QE]
8. [QS]ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, [QE][QS2]ତେବେ ସେହି ସବୁରେ ସେ ଆନନ୍ଦ କରୁ; [QE][QS]ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, [QE][QS2]କାରଣ ସେହି ଦିନସବୁ ଅନେକ ହେବ। [QE][QS3]ଯାହା ଯାହା ଘଟେ, ସବୁ ଅସାର। [QE]
9. {#1ଯୁବ ସଂପ୍ରଦାୟକୁ ପରାମର୍ଶ } [QS]ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର [QE][QS2]ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, [QE][QS]ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; [QE][QS2]ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, [QE][QS3]ଏହା ତୁମ୍ଭେ ଜ୍ଞାତ ହୁଅ। [QE]
10. [QS]ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର [QE][QS2]ଓ ଆପଣା ଶରୀରରୁ ଦୁଃଖ ଦୂର କର; [QE][QS3]କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର। [QE]

ରେକର୍ଡଗୁଡିକ

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
ଜ୍ଞାନୀର କର୍ତ୍ତବ୍ୟ 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ। 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। 3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। 4 ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ। 5 ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ। 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ। 7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର। 8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର। ଯୁବ ସଂପ୍ରଦାୟକୁ ପରାମର୍ଶ 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
×

Alert

×

Oriya Letters Keypad References