ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଉପଦେଶକ
1. [QS]ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; [QE][QS2]ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, [QE][QS3]“ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।” [QE]
2. [QS]ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, [QE][QS2]ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; [QE]
3. [QS]ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ [QE][QS2]ଓ ବଳବାନ ଲୋକେ ଆପେ ନତ ହେବେ [QE][QS]ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, [QE][QS2]ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ; [QE]
4. [QS]ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, [QE][QS2]ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, [QE][QS]ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ [QE][QS2]ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; [QE]
5. [QS]ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ [QE][QS2]ଓ ପଥରେ ତ୍ରାସ ହେବ; [QE][QS2]ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ [QE][QS2]ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ [QE][QS2]ଓ କାମନା ନିସ୍ତେଜ ହେବ; [QE][QS]କାରଣ ମନୁଷ୍ୟ ଆପଣା ଚିର ନିବାସକୁ[* ଚିର ନିବାସକୁ ଅର୍ଥାତ୍ ମୃତ୍ୟୁର ସ୍ଥାନକୁ ] ଯାଏ [QE][QS2]ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି; [QE]
6. [QS]ସେହି ସମୟରେ ରୂପାର ତାର ହୁଗୁଳା ହେବ, [QE][QS2]ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, [QE][QS]ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ [QE][QS2]ଓ କୂପରେ ଚକ୍ର ଭଗ୍ନ ହେବ; [QE]
7. [QS]ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, [QE][QS2]ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ। [QE]
8. [PS]ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।” [QE]
9. {#1ସାର କଥା } [PS]ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10. ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11. ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। [QE]
12. [PS]ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ। [QE]
13. [QS]ସାର କଥା ଏହି; ସବୁ ଶୁଣାଯାଇଅଛି; [QE][QS2]ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; [QE][QS3]କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। [QE]
14. [QS]ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, [QE][QS2]ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।[QE]

ରେକର୍ଡଗୁଡିକ

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।” 2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; 3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ; 4 ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; 5 ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ* ଚିର ନିବାସକୁ ଅର୍ଥାତ୍ ମୃତ୍ୟୁର ସ୍ଥାନକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି; 6 ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ। 8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।” ସାର କଥା 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। 10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ। 11 ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। 12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ। 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
×

Alert

×

Oriya Letters Keypad References