1. {#1ଜଗତରେ ଅନ୍ୟାୟ } [PS]ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; [PE][QS]ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, [QE][QS2]ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; [QE][QS]ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, [QE][QS2]ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। [QE]
2. [QS]ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା [QE][QS2]ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି; [QE]
3. [QS]ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ [QE][QS2]ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, [QE][QS3]ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି। [QE]
4. [PS]ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। [QE]
5. [QS]ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି [QE][QS2]ଆପଣା ମାଂସ ଭୋଜନ କରେ।[* ଆପଣା ମାଂସ ଭୋଜନ କରେ। ଅର୍ଥାତ୍ ଆପଣାକୁ ବିନାଶ କରେ ] [QE]
6. [QS]ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା [QE][QS2]ଶାନ୍ତି ସହିତ ଏକ ମୁଠି ଭଲ। [QE]
7. [PS]ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। [QE]
8. [QS]କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; [QE][QS2]କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; [QE][QS]ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, [QE][QS2]ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। [QE][QS]ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି [QE][QS2]ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? [QE][QS3]ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ। [QE]
9. {#1ସଙ୍ଗୀର ମୂଲ୍ୟ } [QS]ଏକ ଜଣରୁ ଦୁଇ ଜଣ ଭଲ, [QE][QS2]କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। [QE]
10. [QS]ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; [QE][QS2]ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ [QE][QS2]ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର। [QE]
11. [QS]ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; [QE][QS2]ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ? [QE]
12. [QS]ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, [QE][QS2]ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; [QE][QS3]ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ। [QE]
13. {#1ଲୋକପ୍ରିୟତା ଚାଲିଯାଏ } [QS]ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, [QE][QS2]ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ। [QE]
14. [QS]କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; [QE][QS2]ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା। [QE]
15. [QS]ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, [QE][QS2]ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ। [QE]
16. [QS]ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; [QE][QS2]ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। [QE][QS]ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। [QE]