1. {ଜଗତରେ ଅନ୍ୟାୟ} [PS] ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; [QBR] ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, [QBR2] ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; [QBR] ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, [QBR2] ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। [QBR]
2. ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା [QBR2] ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି; [QBR]
3. ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ [QBR2] ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, [QBR3] ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି। [PE][PS]
4. ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। [QBR]
5. ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି [QBR2] ଆପଣା ମାଂସ ଭୋଜନ କରେ। [* ଆପଣା ମାଂସ ଭୋଜନ କରେ। ଅର୍ଥାତ୍ ଆପଣାକୁ ବିନାଶ କରେ] [QBR]
6. ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା [QBR2] ଶାନ୍ତି ସହିତ ଏକ ମୁଠି ଭଲ। [PE][PS]
7. ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। [QBR]
8. କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; [QBR2] କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; [QBR] ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, [QBR2] ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। [QBR] ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି [QBR2] ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? [QBR3] ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9. {ସଙ୍ଗୀର ମୂଲ୍ୟ} [PS] ଏକ ଜଣରୁ ଦୁଇ ଜଣ ଭଲ, [QBR2] କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। [QBR]
10. ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; [QBR2] ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ [QBR2] ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର। [QBR]
11. ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; [QBR2] ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ? [QBR]
12. ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, [QBR2] ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; [QBR3] ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।
13. {ଲୋକପ୍ରିୟତା ଚାଲିଯାଏ} [PS] ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, [QBR2] ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ। [QBR]
14. କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; [QBR2] ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା। [QBR]
15. ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, [QBR2] ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ। [QBR]
16. ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; [QBR2] ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। [QBR] ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। [PE]