1. {#1ପରମେଶ୍ୱରଙ୍କ ଭୟ }
2. [PS]ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। [PE][QS]ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ [QE][QS2]ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; [QE][QS]କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; [QE][QS2]ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର। [QE]
3. [QS]କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; [QE][QS2]ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ। [QE]
4. [QS]ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, [QE][QS2]ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; [QE][QS]କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; [QE][QS2]ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର। [QE]
5. [QS]ମାନତ କରି ପରିଶୋଧ ନ କରିବା ଅପେକ୍ଷା [QE][QS2]ତୁମ୍ଭର ମାନତ ନ କରିବାର ଭଲ। [QE]
6. [PS]ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?
7. କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର। [QE]
8. {#1ସମ୍ମାନ, ସମ୍ପଦର ଅସାରତା } [PS]ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
9. ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି। [QE]
10. [QS]ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; [QE][QS2]କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; [QE][QS3]ଏହା ହିଁ ଅସାର। [QE]
11. [QS]ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; [QE][QS2]ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ? [QE]
12. [QS]ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; [QE][QS2]ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ। [QE]
13. [QS]ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, [QE][QS2]ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; [QE]
14. [QS]ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; [QE][QS2]ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ। [QE]
15. [QS]ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, [QE][QS2]ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, [QE][QS]ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, [QE][QS2]ଏପରି କିଛି ସଙ୍ଗେ ନେବ ନାହିଁ। [QE]
16. [QS]ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, [QE][QS2]ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; [QE][QS3]ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ? [QE]
17. [QS]ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ,[* ଆହାର କରେ, ଅର୍ଥାତ୍ ବିତାଏ ] [QE][QS2]ପୁଣି ସେ ଅତିଶୟ ବିରକ୍ତ ହୁଏ, [QE][QS3]ଆଉ ତାହାକୁ ପୀଡ଼ା ଓ କୋପ ଘଟେ। [QE]
18. [PS]ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19. ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
20. ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି। [QE]