ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଉପଦେଶକ
1. [PS]ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
2. ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। [PE]
3. [PS]ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
4. କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
5. ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6. ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ? [PE]
7. [QS]ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, [QE][QS2]ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। [QE]
8. [QS]ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? [QE][QS2]ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, [QE][QS3]ତାହାର ଅବା କି ଲାଭ ? [QE]
9. [QS]ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; [QE][QS2]ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। [QE]
10. [QS]ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; [QE][QS2]ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ। [QE]
11. [QS]ଅସାରତାବର୍ଦ୍ଧକ ଅନେକ କଥା ଅଛି, [QE][QS2]ତହିଁରେ ମନୁଷ୍ୟର କି ଲାଭ ? [QE]
12. [QS]କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, [QE][QS2]ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? [QE][QS]ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, [QE][QS2]ଏହା କିଏ ତାହାକୁ ଜଣାଇ ପାରେ ? [QE]

ରେକର୍ଡଗୁଡିକ

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 12
1 2 3 4 5 6 7 8 9 10 11 12
1 ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ; 2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। 3 ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ; 4 କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ; 5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ; 6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ? 7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। 8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ? 9 ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। 10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ। 11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ? 12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 12
1 2 3 4 5 6 7 8 9 10 11 12
×

Alert

×

Oriya Letters Keypad References