1. {#1ଜ୍ଞାନୀ ଏବଂ ଅଜ୍ଞାନୀ } [QS]ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ [QE][QS2]ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ। [QE]
2. [QS]ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; [QE][QS2]କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି [QE][QS3]ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ। [QE]
3. [QS]ହାସ୍ୟଠାରୁ ଖେଦ ଭଲ; [QE][QS2]କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ। [QE]
4. [QS]ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, [QE][QS2]ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ। [QE]
5. [QS]ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା [QE][QS2]ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ। [QE]
6. [QS]କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, [QE][QS2]ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର। [QE]
7. [QS]ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ [QE][QS2]ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ। [QE]
8. [QS]କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; [QE][QS2]ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ। [QE]
9. [QS]କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; [QE][QS2]କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ। [QE]
10. [QS]ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, [QE][QS2]କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। [QE]
11. [QS]ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; [QE][QS2]ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ। [QE]
12. [QS]କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; [QE][QS2]ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। [QE]
13. [PS]ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; [QE][QS]କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ? [QE]
14. [QS]ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; [QE][QS2]ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, [QE][QS3]ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି। [QE]
15. [QS]ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; [QE][QS2]ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, [QE][QS3]ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ। [QE]
16. [QS]ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; [QE][QS2]କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ? [QE]
17. [QS]ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; [QE][QS2]ଆପଣା କାଳ ପୂର୍ବରେ କାହିଁକି ମରିବ ? [QE]
18. [QS]ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; [QE][QS2]କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ। [QE]
19. [QS]ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା [QE][QS2]ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ। [QE]
20. [QS]ପାପ ନ କରି ସତ୍କର୍ମ କରେ, [QE][QS2]ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ। [QE]
21. [QS]ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; [QE][QS2]କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ; [QE]
22. [QS]କାରଣ ତୁମ୍ଭ ମନ ଜାଣେ ଯେ, [QE][QS2]ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ। [QE]
23. [PS]ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, [QE][QS]“ମୁଁ ଜ୍ଞାନୀ ହେବି,” [QE][QS2]ମାତ୍ର ତାହା ମୋ’ଠାରୁ ଦୂର ଥିଲା। [QE]
24. [QS]ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; [QE][QS2]ତାହା କିଏ ପାଇ ପାରେ ? [QE]
25. [QS]ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, [QE][QS2]ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, [QE][QS]ଏହା ଜାଣିବାକୁ ମୁଁ ଫେରିଲି [QE][QS2]ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା। [QE]
26. [QS]ଆଉ, ମୁଁ ଦେଖୁଅଛି ଯେ, [QE][QS2]ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, [QE][QS2]ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; [QE][QS]ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; [QE][QS2]ମାତ୍ର ପାପୀ ତାହା ଦ୍ୱାରା ଧରାଯିବ। [QE]
27. [PS]ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
28. ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
29. ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି। [QE]