1. {ଜ୍ଞାନୀ ଏବଂ ଅଜ୍ଞାନୀ} [PS] ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ [QBR2] ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ। [QBR]
2. ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; [QBR2] କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି [QBR3] ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ। [QBR]
3. ହାସ୍ୟଠାରୁ ଖେଦ ଭଲ; [QBR2] କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ। [QBR]
4. ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, [QBR2] ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ। [QBR]
5. ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା [QBR2] ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ। [QBR]
6. କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, [QBR2] ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର। [QBR]
7. ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ [QBR2] ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ। [QBR]
8. କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; [QBR2] ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ। [QBR]
9. କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; [QBR2] କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ। [QBR]
10. ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, [QBR2] କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। [QBR]
11. ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; [QBR2] ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ। [QBR]
12. କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; [QBR2] ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ। [PE][PS]
13. ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; [QBR] କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ? [QBR]
14. ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; [QBR2] ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, [QBR3] ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି। [QBR]
15. ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; [QBR2] ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, [QBR3] ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ। [QBR]
16. ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; [QBR2] କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ? [QBR]
17. ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; [QBR2] ଆପଣା କାଳ ପୂର୍ବରେ କାହିଁକି ମରିବ ? [QBR]
18. ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; [QBR2] କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ। [QBR]
19. ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା [QBR2] ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ। [QBR]
20. ପାପ ନ କରି ସତ୍କର୍ମ କରେ, [QBR2] ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ। [QBR]
21. ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; [QBR2] କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ; [QBR]
22. କାରଣ ତୁମ୍ଭ ମନ ଜାଣେ ଯେ, [QBR2] ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ। [PE][PS]
23. ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, [QBR] “ମୁଁ ଜ୍ଞାନୀ ହେବି,” [QBR2] ମାତ୍ର ତାହା ମୋ’ଠାରୁ ଦୂର ଥିଲା। [QBR]
24. ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; [QBR2] ତାହା କିଏ ପାଇ ପାରେ ? [QBR]
25. ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, [QBR2] ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, [QBR] ଏହା ଜାଣିବାକୁ ମୁଁ ଫେରିଲି [QBR2] ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା। [QBR]
26. ଆଉ, ମୁଁ ଦେଖୁଅଛି ଯେ, [QBR2] ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, [QBR2] ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; [QBR] ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; [QBR2] ମାତ୍ର ପାପୀ ତାହା ଦ୍ୱାରା ଧରାଯିବ। [PE][PS]
27. ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
28. ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
29. ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି। [PE]