1. ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ।
|
4. ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
|
5. ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
|
9. ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
|
10. ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
|
12. ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।
|
13. ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
|
18. ଆଉ ଆବାସ ନିମନ୍ତେ ଯେଉଁ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
|
19. ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
|
24. ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
|
25. ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
|
26. ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
|
29. ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
|
31. ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
|
32. ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
|
33. ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
|
35. ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
|
36. ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
|
37. ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। PE
|