1. {ଉତ୍କ୍ରୋଶ ପକ୍ଷୀ ଓ ଦ୍ରାକ୍ଷାଲତାର ଏକ ଦୃଷ୍ଟାନ୍ତ} PS ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
|
3. ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
|
5. ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।
|
6. ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।
|
7. ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ପ୍ରତି ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା।
|
8. ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।
|
9. ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
|
10. ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।
|
12. “ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
|
14. ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା।
|
15. ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?
|
16. ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।
|
17. ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରାନ୍ତ ସୈନ୍ୟସାମନ୍ତ ଓ ମହାସୈନ୍ୟଦଳ ଦ୍ୱାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ।
|
18. କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।
|
19. ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା।
|
20. ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।
|
21. ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
|
22. ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
|
23. ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।
|
24. ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ। PE
|