1. {ନୂତନ ମନ୍ଦିରର ଦର୍ଶନ} PS ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
|
2. ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
|
3. ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
|
4. ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।” PS
|
5. {ପୂର୍ବ ଦିଗର ଦ୍ୱାର} PS ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର “ସ୍ଥୂଳତା” ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
|
6. ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
|
7. ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
|
9. ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
|
10. ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
|
12. ଆଉ କ୍ଷୁଦ୍ର କୋଠରି ସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।
|
13. ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
|
14. ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।
|
16. ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। PS
|
17. {ବାହାର ପ୍ରାଙ୍ଗଣ} PS ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
|
19. ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ। PS
|
21. ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
|
22. ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।
|
23. ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ। PS
|
24. {ଦକ୍ଷିଣ ଦ୍ୱାର} PS ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।
|
25. ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
|
26. ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
|
27. ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ। PS
|
28. {ଭିତର ପ୍ରାଙ୍ଗଣ} PS ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
|
29. ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
|
31. ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
|
32. ଏଥିଉତ୍ତାରେ ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
|
33. ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
|
34. ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।
|
36. ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
|
37. ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।
|
38. ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ
|
39. ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
|
40. ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ-ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
|
41. ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା।
|
42. ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା।
|
43. ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।
|
44. ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
|
46. ଆଉ, ଯେଉଁ କୋଠରିର ମୁଖ ଉତ୍ତରଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।” PS
|
47. {ମନ୍ଦିର ପ୍ରାଙ୍ଗଣ} PS ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
|
48. ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।
|
49. ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା। PE
|