ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆଦି ପୁସ୍ତକ
1. {#1ନୋହଙ୍କ ବଂଶାବଳୀ } [PS]ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
2. ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ।
3. ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
4. ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
5. ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
6. କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।
7. ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।
8. ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
9. ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”
10. ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍‍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11. ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍ ପୁରୀ ଓ କେଲହ,
12. ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।
13. ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ
14. ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
15. ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16. ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ
17. ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18. ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
19. ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
20. ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
21. ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
22. ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍‍ଷଦ ଓ ଲୁଦ୍‍ ଓ ଅରାମ।
23. ଏହି ଅରାମର ସନ୍ତାନ ଊଷ୍‍ ଓ ହୂଲ ଓ ଗେଥର ଓ ମଶ୍‍।
24. ପୁଣି, ଅର୍ଫକ୍‍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
25. ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।
26. ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲଫ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ
27. ଓ ହଦୋରାମ ଓ ଊଷଲ ଓ ଦିକ୍ଲା
28. ଓ ଓବଲ ଓ ଅବୀମାୟେଲ୍ ଓ ଶିବା
29. ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ।
30. ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31. ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
32. ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। [PE]
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 50
ନୋହଙ୍କ ବଂଶାବଳୀ 1 ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ। 2 ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ। 3 ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ। 4 ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ। 5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ। 6 କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ। 7 ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ। 8 ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା। 9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।” 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍‍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। 11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍ ପୁରୀ ଓ କେଲହ, 12 ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର। 13 ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ 14 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ। 15 ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍ 16 ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ 17 ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ 18 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ। 19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା। 20 ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ। 21 ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା। 22 ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍‍ଷଦ ଓ ଲୁଦ୍‍ ଓ ଅରାମ। 23 ଏହି ଅରାମର ସନ୍ତାନ ଊଷ୍‍ ଓ ହୂଲ ଓ ଗେଥର ଓ ମଶ୍‍। 24 ପୁଣି, ଅର୍ଫକ୍‍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର। 25 ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍। 26 ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲଫ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ 27 ଓ ହଦୋରାମ ଓ ଊଷଲ ଓ ଦିକ୍ଲା 28 ଓ ଓବଲ ଓ ଅବୀମାୟେଲ୍ ଓ ଶିବା 29 ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ। 30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା। 31 ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ। 32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 50
×

Alert

×

Oriya Letters Keypad References