3. ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
|
4. ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
|
5. ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
|
6. ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
|
7. ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
|
8. ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
|
9. ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। PS
|
10. {ଶେମଙ୍କ ବଂଶାବଳୀ} PS ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
|
27. {ତେରହଙ୍କ ବଂଶାବଳୀ} PS ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
|
29. ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
|
31. ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
|