1. {ଅବ୍ରାମଙ୍କଠାରୁ ଲୋଟଙ୍କ ପୃଥକ୍} PS ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
|
3. ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
|
6. ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
|
7. ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
|
8. ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
|
9. ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।
|
10. ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
|
11. ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ।
|
12. ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
|
14. {ଅବ୍ରାମଙ୍କ ହିବ୍ରୋଣ ଯାତ୍ରା} PS ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
|
16. ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
|
18. ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ। PE
|