2. ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
|
3. ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। PS
|
4. {ଏଦନ ଉଦ୍ୟାନ} PS ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
|
5. ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
|
7. ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
|
8. ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
|
9. ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
|
16. ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
|
17. ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
|
18. ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
|
19. ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
|
20. ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
|
21. ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
|
22. ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
|
23. ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
|