1. ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
|
2. ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
|
7. ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
|
8. ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ। PS
|
9. {ହାଗାର ଓ ଇଶ୍ମାୟେଲ ବିତାଡ଼ିତ} PS ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
|
10. ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
|
12. ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
|
14. ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
|
16. ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚ ସ୍ୱରରେ ରୋଦନ କଲା।
|
17. ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
|
19. ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
|
21. ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା। PS
|
22. {ଅବ୍ରହାମ ଓ ଅବିମେଲକ ମଧ୍ୟରେ ଚୁକ୍ତି} PS ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
|
23. ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
|
25. ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
|
26. ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
|
30. ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
|
32. ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
|
33. ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
|